ଗୀତସଂହିତା 119

ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ୱର ହେଲି ଓ ବିଳମ୍ବ କଲି ନାହିଁ।

Psalm 119:60 (UKJV) I made haste, and delayed not to keep your commandments.

58ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋʼ ପ୍ରତି ଦୟାଳୁ ହୁଅ।

59ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି।

60ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ୱର ହେଲି ଓ ବିଳମ୍ବ କଲି ନାହିଁ।

61ଦୁଷ୍ଟମାନଙ୍କର ରଜ୍ଜୁ ମୋʼ ଚାରିଆଡ଼େ ଜଡ଼ିତ ହେଲା; ମାତ୍ର ମୁଁ ତୁମ୍ଭର ବ୍ୟବସ୍ଥା ପାସୋରି ନାହିଁ।

62ତୁମ୍ଭର ଧର୍ମମୟ ଶାସନ ସକାଶୁ ତୁମ୍ଭଙ୍କୁ ଧନ୍ୟବାଦ ଦେବା ପାଇଁ ମୁଁ ଅର୍ଦ୍ଧରାତ୍ରରେ ଉଠିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.