59ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି।
60ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ୱର ହେଲି ଓ ବିଳମ୍ବ କଲି ନାହିଁ।
61ଦୁଷ୍ଟମାନଙ୍କର ରଜ୍ଜୁ ମୋʼ ଚାରିଆଡ଼େ ଜଡ଼ିତ ହେଲା; ମାତ୍ର ମୁଁ ତୁମ୍ଭର ବ୍ୟବସ୍ଥା ପାସୋରି ନାହିଁ।
62ତୁମ୍ଭର ଧର୍ମମୟ ଶାସନ ସକାଶୁ ତୁମ୍ଭଙ୍କୁ ଧନ୍ୟବାଦ ଦେବା ପାଇଁ ମୁଁ ଅର୍ଦ୍ଧରାତ୍ରରେ ଉଠିବି।
63ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେହି ସମସ୍ତଙ୍କର ସଙ୍ଗୀ।