ଗୀତସଂହିତା 119

ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ। କାରଣ ମୁଁ ତୁମ୍ଭ ଆଜ୍ଞାସମୂହରେ ବିଶ୍ୱାସ କରିଅଛି।

Psalm 119:66 (UKJV) Teach me good judgment and knowledge: for I have believed your commandments.

64ହେ ସଦାପ୍ରଭୋ, ପୃଥିବୀ ତୁମ୍ଭ ଦୟାରେ ପରିପୂର୍ଣ୍ଣ; ତୁମ୍ଭ ବିଧିସବୁ ମୋତେ ଶିଖାଅ।

65ହେ ସଦାପ୍ରଭୋ, ତୁମ୍ଭେ ଆପଣା ବାକ୍ୟାନୁସାରେ ନିଜ ଦାସ ପ୍ରତି ମଙ୍ଗଳ ବ୍ୟବହାର କରିଅଛ।

66ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ। କାରଣ ମୁଁ ତୁମ୍ଭ ଆଜ୍ଞାସମୂହରେ ବିଶ୍ୱାସ କରିଅଛି।

67ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ।

68ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ; ମୋତେ ତୁମ୍ଭ ବିଧିସବୁ ଶିଖାଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.