ଗୀତସଂହିତା 119

ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ।

Psalm 119:70 (UKJV) Their heart is as fat as grease; but I delight in your law.

68ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ; ମୋତେ ତୁମ୍ଭ ବିଧିସବୁ ଶିଖାଅ।

69ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ମିଥ୍ୟା କଥା କଳ୍ପନା କରିଅଛନ୍ତି; ମୁଁ ସର୍ବାନ୍ତଃକରଣରେ ତୁମ୍ଭର ବିଧାନସବୁ ପାଳନ କରିବି।

70ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ।

71ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋʼ ପକ୍ଷରେ ଭଲ ହେଲା।

72ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର ବ୍ୟବସ୍ଥା ମୋʼ ପ୍ରତି ଉତ୍ତମ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.