70ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ।
71ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋʼ ପକ୍ଷରେ ଭଲ ହେଲା।
72ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର ବ୍ୟବସ୍ଥା ମୋʼ ପ୍ରତି ଉତ୍ତମ।
73ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର।
74ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି।