ଗୀତସଂହିତା 119

ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର।

Psalm 119:73 (UKJV) Your hands have made me and fashioned me: give me understanding, that I may learn your commandments.

71ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋʼ ପକ୍ଷରେ ଭଲ ହେଲା।

72ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର ବ୍ୟବସ୍ଥା ମୋʼ ପ୍ରତି ଉତ୍ତମ।

73ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର।

74ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି।

75ହେ ସଦାପ୍ରଭୋ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.