ଗୀତସଂହିତା 119

ହେ ସଦାପ୍ରଭୋ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।

Psalm 119:75 (UKJV) I know, O LORD, that your judgments are right, and that you in faithfulness have afflicted me.

73ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର।

74ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି।

75ହେ ସଦାପ୍ରଭୋ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।

76ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ମୋହର ସାନ୍ତ୍ୱନାଜନକ ହେଉ।

77ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋʼ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ; କାରଣ ତୁମ୍ଭର ବ୍ୟବସ୍ଥା ମୋହର ଆନନ୍ଦଜନକ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.