6ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ।
7ତୁମ୍ଭର ଧର୍ମମୟ ଶାସନସକଳ ଶିଖିବା ବେଳେ ମୁଁ ଅନ୍ତଃକରଣର ସରଳତାରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି।
8ମୁଁ ତୁମ୍ଭର ବିଧିସବୁ ପାଳନ କରିବି; ମୋତେ ନିତାନ୍ତ ପରିତ୍ୟାଗ କର ନାହିଁ।
9ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ।
10ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି; ମୋତେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମିବାକୁ ଦିଅ ନାହିଁ।