79ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋʼ କତିକି ଫେରନ୍ତୁ, ତହିଁରେ ସେମାନେ ତୁମ୍ଭର ପ୍ରମାଣ-ବାକ୍ୟ ଜ୍ଞାତସାର ହେବେ।
80ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋʼ ଅନ୍ତଃକରଣ ସିଦ୍ଧ ହେଉ।
81ତୁମ୍ଭ ପରିତ୍ରାଣ ପାଇଁ ମୋʼ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।
82ତୁମ୍ଭେ କେବେ ମୋତେ ସାନ୍ତ୍ୱନା କରିବ? ଏହା କହି କହି ତୁମ୍ଭ ବାକ୍ୟ ପାଇଁ ମୋହର ଚକ୍ଷୁ କ୍ଷୀଣ ହୁଏ।
83କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି। ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ।