ଗୀତସଂହିତା 119

ତୁମ୍ଭେ କେବେ ମୋତେ ସାନ୍ତ୍ୱନା କରିବ? ଏହା କହି କହି ତୁମ୍ଭ ବାକ୍ୟ ପାଇଁ ମୋହର ଚକ୍ଷୁ କ୍ଷୀଣ ହୁଏ।

Psalm 119:82 (UKJV) Mine eyes fail for your word, saying, When will you comfort me?

80ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋʼ ଅନ୍ତଃକରଣ ସିଦ୍ଧ ହେଉ।

81ତୁମ୍ଭ ପରିତ୍ରାଣ ପାଇଁ ମୋʼ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।

82ତୁମ୍ଭେ କେବେ ମୋତେ ସାନ୍ତ୍ୱନା କରିବ? ଏହା କହି କହି ତୁମ୍ଭ ବାକ୍ୟ ପାଇଁ ମୋହର ଚକ୍ଷୁ କ୍ଷୀଣ ହୁଏ।

83କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି। ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ।

84ତୁମ୍ଭ ଦାସ କେତେ ଦିନ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ଅପେକ୍ଷା କରିବ? ତୁମ୍ଭେ କେବେ ମୋʼ ତାଡ଼ନାକାରୀମାନଙ୍କର ବିଚାର କରିବ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.