ଗୀତସଂହିତା 119

ହେ ସଦାପ୍ରଭୋ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ୱର୍ଗରେ ସଂସ୍ଥାପିତ ଅଛି।

Psalm 119:89 (UKJV) For ever, O LORD, your word is settled in heaven.

87ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ।

88ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ଜୀବନକୁ ରକ୍ଷା କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି।

89ହେ ସଦାପ୍ରଭୋ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ୱର୍ଗରେ ସଂସ୍ଥାପିତ ଅଛି।

90ତୁମ୍ଭର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ; ତୁମ୍ଭେ ପୃଥିବୀକୁ ସଂସ୍ଥାପନ କରିଅଛ ଓ ତାହା ସୁସ୍ଥିର ଥାଏ।

91ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର; କାରଣ ସମସ୍ତେ ତୁମ୍ଭର ଦାସ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.