ଗୀତସଂହିତା 119

ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ୱେଷଣ କରିଅଛି।

Psalm 119:94 (UKJV) I am yours, save me: for I have sought your precepts.

92ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ହୋଇ ନ ଥିଲେ, ମୁଁ ଆପଣା ଦୁଃଖରେ ବିନଷ୍ଟ ହୋଇଥାʼନ୍ତି।

93ତୁମ୍ଭର ବିଧାନସବୁ ମୁଁ କେବେ ପାସୋରିବି ନାହିଁ; କାରଣ ତଦ୍ଦ୍ୱାରା ତୁମ୍ଭେ ମୋତେ ସଚେତ କରିଅଛ।

94ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ୱେଷଣ କରିଅଛି।

95ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ ରହିଅଛନ୍ତି; ମାତ୍ର ମୁଁ ତୁମ୍ଭର ପ୍ରମାଣ-ବାକ୍ୟ ବିବେଚନା କରିବି।

96ମୁଁ ସବୁ ସିଦ୍ଧିର ଅନ୍ତ ଦେଖିଅଛି; ମାତ୍ର ତୁମ୍ଭର ଆଜ୍ଞା ସୀମାହୀନ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.