ଗୀତସଂହିତା 119

ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ। ତାହା ସାରାଦିନ ମୋହର ଧ୍ୟାନ।

Psalm 119:97 (UKJV) O how I love your law! it is my meditation all the day.

95ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ ରହିଅଛନ୍ତି; ମାତ୍ର ମୁଁ ତୁମ୍ଭର ପ୍ରମାଣ-ବାକ୍ୟ ବିବେଚନା କରିବି।

96ମୁଁ ସବୁ ସିଦ୍ଧିର ଅନ୍ତ ଦେଖିଅଛି; ମାତ୍ର ତୁମ୍ଭର ଆଜ୍ଞା ସୀମାହୀନ।

97ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ। ତାହା ସାରାଦିନ ମୋହର ଧ୍ୟାନ।

98ତୁମ୍ଭ ଆଜ୍ଞାସବୁ ମୋତେ ମୋʼ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ; କାରଣ ତାହାସବୁ ନିରନ୍ତର ମୋʼ ସଙ୍ଗେ ଥାଏ।

99ମୋହର ସମସ୍ତ ଗୁରୁ ଅପେକ୍ଷା ମୋʼ ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.