ଗୀତସଂହିତା 12

ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।

Psalm 12:2 (UKJV) They speak vanity every one with his neighbour: with flattering lips and with a double heart do they speak.

1ସଦାପ୍ରଭୋ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଇଅଛନ୍ତି; ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ୱସ୍ତ ଲୋକର ହ୍ରାସ ହୋଇଅଛି।

2ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।

3ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ୱା ଉଚ୍ଛିନ୍ନ କରିବେ;

4ସେମାନେ କହନ୍ତି, “ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.