ଗୀତସଂହିତା 12

ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତ ଥର ପରିଷ୍କୃତ ରୂପା ତୁଲ୍ୟ।

Psalm 12:6 (UKJV) The words of the LORD are pure words: as silver tried in a furnace of earth, purified seven times.

4ସେମାନେ କହନ୍ତି, “ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ?”

5ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।”

6ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତ ଥର ପରିଷ୍କୃତ ରୂପା ତୁଲ୍ୟ।

7ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ, ତୁମ୍ଭେ ବର୍ତ୍ତମାନ ଲୋକମାନଙ୍କଠାରୁ ସେମାନଙ୍କୁ ସଦାକାଳ ଉଦ୍ଧାର କରିବ।

8ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ ଦୁଷ୍ଟମାନେ ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.