ଗୀତସଂହିତା 120

ହେ ପ୍ରବଞ୍ଚକ ଜିହ୍ୱେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?

Psalm 120:3 (UKJV) What shall be given unto you? or what shall be done unto you, you false tongue?

1ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ।

2ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ୱାରୁ ମୋʼ ପ୍ରାଣକୁ ଉଦ୍ଧାର କର।

3ହେ ପ୍ରବଞ୍ଚକ ଜିହ୍ୱେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?

4ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର ସହ ଦଣ୍ଡ ଦେବେ।

5ହାୟ, ହାୟ, ମୁଁ ମେଶକ୍‍ରେ ପ୍ରବାସ କରେ। ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.