1ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ, ଇସ୍ରାଏଲ ଏବେ କହୁନ୍ତୁ;
2ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ;
3ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥାʼନ୍ତେ;
4ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥାʼନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥାʼନ୍ତା
5ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥାʼନ୍ତା।