ଗୀତସଂହିତା 126

ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ।

Psalm 126:1 (UKJV) When the LORD turned again the captivity of Zion, we were like them that dream.

1ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ।

2ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।”

3ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.