ଗୀତସଂହିତା 127

ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।

Psalm 127:2 (UKJV) It is vain for you to rise up early, to sit up late, to eat the bread of sorrows: for so he gives his beloved sleep.

1ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।

2ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।

3ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।

4ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.