ଗୀତସଂହିତା 128

କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।

Psalm 128:2 (UKJV) For you shall eat the labour of yours hands: happy shall you be, and it shall be well with you.

1ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।

2କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।

3ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।

4ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.