2ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି।
3କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ବ ଲମ୍ବ ଶିଆର କଲେ।”
4ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।
5ସିୟୋନକୁ ଘୃଣା କରିବା ଲୋକ ସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ।
6ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;