ଗୀତସଂହିତା 13

ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ମୁଖ ଲୁଚାଇବ?

Psalm 13:1 (UKJV) How long will you forget me, O LORD? for ever? how long will you hide your face from me?

1ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ମୁଖ ଲୁଚାଇବ?

2ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି? କେତେ କାଳ ମୋʼ ଶତ୍ରୁ ମୋʼ ଉପରେ ଉଚ୍ଚୀକୃତ ହେବ?

3ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.