ଗୀତସଂହିତା 13

ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;

Psalm 13:5 (UKJV) But I have trusted in your mercy; my heart shall rejoice in your salvation.

3ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;

4କେଜାଣି ମୋʼ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।

5ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;

6ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.