ଗୀତସଂହିତା 130

ହେ ସଦାପ୍ରଭୋ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ?

Psalm 130:3 (UKJV) If you, LORD, should mark iniquities, O Lord, who shall stand?

1ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି।

2ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ।

3ହେ ସଦାପ୍ରଭୋ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ?

4ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।

5ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.