ଗୀତସଂହିତା 130

ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି।

Psalm 130:7 (UKJV) Let Israel hope in the LORD: for with the LORD there is mercy, and with him is abundant redemption.

5ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି।

6ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ।

7ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି।

8ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.