ଗୀତସଂହିତା 131

ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।

Psalm 131:2 (UKJV) Surely I have behaved and quieted myself, as a child that is weaned of his mother: my soul is even as a weaned child.

1ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୃଷ୍ଟି ଗର୍ବୀ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।

2ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।

3ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କଠାରେ ଭରସା ରଖ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.