ଗୀତସଂହିତା 132

ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।

Psalm 132:15 (UKJV) I will abundantly bless her provision: I will satisfy her poor with bread.

13କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।

14“ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ।

15ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।

16ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣ ରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍‍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।

17ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.