4ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
5ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
6ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
7ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
8ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।