4ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା?
5ହେ ଯିରୂଶାଲମ, ଯଦି ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା ବଜାଇବା କୌଶଳ ପାସୋରି ଯାଉ।
6ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ୱା ମୋʼ ମୁଖର ତାଳୁରେ ଲାଗି ରହୁ।
7ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।”
8ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ।