ଗୀତସଂହିତା 138

ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।

Psalm 138:1 (UKJV) I will praise you with my whole heart: before the gods will I sing praise unto you.

1ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।

2ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ।

3ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋʼ ପ୍ରାଣକୁ ବଳ ଦେଇ ସାହସିକ କଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.