6ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି।
7ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ ରଖିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ।
8ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।