1ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ।
2ବିବେଚକ ଓ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କରନ୍ତି।
3ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ।
4ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।