ଗୀତସଂହିତା 14

ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି।

Psalm 14:6 (UKJV) All of you have shamed the counsel of the poor, because the LORD is his refuge.

4ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।

5ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।

6ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି।

7ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ! ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.