10ସେମାନଙ୍କ ଉପରେ ଜ୍ୱଳନ୍ତା ଅଙ୍ଗାର ପଡ଼ୁ। ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ।
11ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ।
12ସଦାପ୍ରଭୁ ଦୁଃଖୀର ବିବାଦ ଓ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ।
13ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ; ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ।