1ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର।
2ସେମାନେ ମନେ ମନେ କୁକଳ୍ପନା କରନ୍ତି; ସେମାନେ ଯୁଦ୍ଧ କରିବାକୁ ପ୍ରତିଦିନ ଏକତ୍ରିତ ହୁଅନ୍ତି।
3ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। [ସେଲା]
4ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋʼ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି।
5ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି। [ସେଲା]