4ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋʼ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି।
5ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି। [ସେଲା]
6ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ୱର; ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର।
7ହେ ମୋʼ ପରିତ୍ରାଣର ବଳ ସ୍ୱରୂପ, ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଯୁଦ୍ଧର ଦିନରେ ମୋʼ ମସ୍ତକ ରକ୍ଷା କରିଅଛ।
8ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। [ସେଲା]