1ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ୱର ହୁଅ; ମୁଁ ଡାକିବା ବେଳେ ମୋʼ ରବରେ କର୍ଣ୍ଣ ଦିଅ।
2ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ।
3ହେ ସଦାପ୍ରଭୋ, ମୋʼ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋʼ ଓଷ୍ଠାଧରର କବାଟ ରକ୍ଷା କର।
4ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋʼ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ।
5ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋʼ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।