5ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋʼ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।
6ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ।
7କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି।
8କାରଣ ହେ ପ୍ରଭୋ ସଦାପ୍ରଭୋ, ମୋʼ ଦୃଷ୍ଟି ତୁମ୍ଭଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋʼ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ।
9ମୋʼ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର।