1ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;
2ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।
3ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋʼ ଗମନ ପଥରେ ସେମାନେ ମୋʼ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।
4ମୋʼ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।