ଗୀତସଂହିତା 142

ମୋʼ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।

Psalm 142:4 (UKJV) I looked on my right hand, and beheld, but there was no man that would know me: refuge failed me; no man cared for my soul.

2ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।

3ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍‍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋʼ ଗମନ ପଥରେ ସେମାନେ ମୋʼ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।

4ମୋʼ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।

5ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।

6ମୋʼ କାକୂକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋʼ ଅପେକ୍ଷା ବଳବାନ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.