ଗୀତସଂହିତା 142

ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।

Psalm 142:5 (UKJV) I cried unto you, O LORD: I said, You are my refuge and my portion in the land of the living.

3ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍‍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋʼ ଗମନ ପଥରେ ସେମାନେ ମୋʼ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।

4ମୋʼ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।

5ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।

6ମୋʼ କାକୂକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋʼ ଅପେକ୍ଷା ବଳବାନ।

7କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.