ଗୀତସଂହିତା 143

ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋʼ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ।

Psalm 143:11 (UKJV) Restore life in me, O LORD, for your name's sake: for your righteousness' sake bring my soul out of trouble.

9ହେ ସଦାପ୍ରଭୋ, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ।

10ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ୱର; ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।

11ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋʼ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ।

12ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋʼ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର ଓ ମୋʼ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; କାରଣ ମୁଁ ତୁମ୍ଭର ଦାସ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.