10ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ୱର; ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।
11ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋʼ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ।
12ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋʼ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର ଓ ମୋʼ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; କାରଣ ମୁଁ ତୁମ୍ଭର ଦାସ।