1ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ; ମୋʼ ନିବେଦନରେ କର୍ଣ୍ଣପାତ କର; ତୁମ୍ଭର ବିଶ୍ୱସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ।
2ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ।
3ଶତ୍ରୁ ମୋʼ ପ୍ରାଣକୁ ତାଡ଼ନା କରିଅଛି; ସେ ମୋʼ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛି।
4ଏହେତୁ ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହୋଇଅଛି; ମୋʼ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି।
5ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।