ଗୀତସଂହିତା 143

ଏହେତୁ ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍‍ବିଗ୍ନ ହୋଇଅଛି; ମୋʼ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି।

Psalm 143:4 (UKJV) Therefore is my spirit overwhelmed within me; my heart within me is desolate.

2ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ।

3ଶତ୍ରୁ ମୋʼ ପ୍ରାଣକୁ ତାଡ଼ନା କରିଅଛି; ସେ ମୋʼ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛି।

4ଏହେତୁ ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍‍ବିଗ୍ନ ହୋଇଅଛି; ମୋʼ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି।

5ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।

6ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁଅଛି; ଶୁଷ୍କ ଭୂମି ତୁଲ୍ୟ ମୋʼ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। [ସେଲା]

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.