ଗୀତସଂହିତା 143

ହେ ସଦାପ୍ରଭୋ, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ।

Psalm 143:9 (UKJV) Deliver me, O LORD, from mine enemies: I flee unto you to hide me.

7ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।

8ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।

9ହେ ସଦାପ୍ରଭୋ, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ।

10ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ୱର; ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।

11ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋʼ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.