ଗୀତସଂହିତା 144

ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର?

Psalm 144:3 (UKJV) LORD, what is man, that you take knowledge of him! or the son of man, that you make account of him!

1ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।

2ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ଗୋଷ୍ଠୀସମୂହକୁ ମୋʼ ପଦ ତଳେ ବଶୀଭୂତ କରନ୍ତି।

3ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର?

4ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ।

5ହେ ସଦାପ୍ରଭୋ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.