ଗୀତସଂହିତା 145

ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ।

Psalm 145:19 (UKJV) He will fulfill the desire of them that fear him: he also will hear their cry, and will save them.

17ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି,

18ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।

19ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ।

20ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ।

21ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.