ଗୀତସଂହିତା 145

ପ୍ରତିଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।

Psalm 145:2 (UKJV) Every day will I bless you; and I will praise your name for ever and ever.

1ହେ ରାଜନ୍‍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,

2ପ୍ରତିଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।

3ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ।

4ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.