1ହେ ରାଜନ୍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,
2ପ୍ରତିଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।
3ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ।
4ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ।
5ସେମାନେ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ବିଷୟ ପରସ୍ପର ମଧ୍ୟରେ କହିବେ ଓ ମୁଁ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ବିଷୟ ଧ୍ୟାନ କରିବି।